ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ବର୍ଷା ହୋଇପାରେ। ସେହିପରି
୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ନବବର୍ଷରେ ପାଗ ଶୁଖିଲା ସହ ଶୀତ ବଢିବ।

 

Share