ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।
ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହେବା ଫଳରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓ କିଛି ଜିଲାରେ ମେଘୁଆ ପାଗ ରହିବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ମଧ୍ୟ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।