ଭୁବନେଶ୍ୱର,୨୪।୮(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାର ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି l ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ଲାଗିରହିଛିl ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗ ଅନୁଯାୟୀ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ରହିବ। ଏଥିପାଇଁ ପଶ୍ଚିମ ଓଡ଼ିଶାର ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।