ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।

୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

 

Share