ଭୁବନେଶ୍ୱର,୨୫।୧୨: ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା। ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ ବର୍ଷା ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼ ସମେତ ଗୋଟିଏ ଦୁଇଟି ଜିଲାକୁ ଛାଡ଼ି ଦେଲେ ବାକି ସମସ୍ତ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବ।
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଏହି ସୁଦୃଶ୍ୟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ଜାରି ରହିଛି ଝିପିଝିପି ବର୍ଷା।