ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ, ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୩ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।