୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ହେବ। ତେବେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଉକ୍ତଦିନଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ଶୁକ୍ରବାର ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। ଅପରପକ୍ଷେ ବୁଧବାର ନୟାଗଡ଼ରେ ସର୍ବାଧିକ ୩୯ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri