ଲଘୁଚାପ ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର,୧୮।୯: ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କି.ମି. ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁସାରେ, ୧୮ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
Share