ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୨୨ରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା

ଭୁବନେଶ୍ୱର, ୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ବାୟୁ ମଣ୍ଡଳର ମଧ୍ୟଭାଗ ଓ ଉପରଭାଗ ମଧ୍ୟରେ ଏକ ନିମ୍ନ ଚାପରେଖା ସୃଷ୍ଟି ହୋଇଛି । ଏହାର ପ୍ରଭାବରେ କେତେକ ଜିଲାରେ ଘଡ଼ଘଡ଼ି ଓ କୁଆପଥର ସହିତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ତେବେ କାଳବୈଶାଖୀର ପ୍ରଭାବ କମିବା ପରେ ଆସନ୍ତା କାଲିଠାରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା ରହିଛି। ୨୨ ତାରିଖରୁ ତାପମାତ୍ରା ବୃଦ୍ଧି ପାଇବା ସହ ପାଣିପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଜ୍ଞାନୀମାନେ ଅନୁମାନ କରିଛନ୍ତି। ବର୍ତମାନର ପାଣିପାଗ ସ୍ତିତି ପ୍ରଭାବରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୦.୬ ମିମି ତୁଳନାରେ ୩୮୯୬% ଅଧିକ ବର୍ଷା ରେକର୍ଡ କରାଯାଇଛି। ବର୍ତମାନର ପାଣିପାଗ ସ୍ତିତି ପ୍ରଭାବରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୦.୬ ମିମି ତୁଳନାରେ ୩୮୯୬% ଅଧିକ ବର୍ଷା ରେକର୍ଡ କରାଯାଇଛି।

କାଳବୈଶାଖୀଜନିତ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍‌‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିସହିତ ସରକାରଙ୍କୁ ତୁରନ୍ତ କ୍ଷୟକ୍ଷତି ରିପୋର୍ଟ ଦେବାପାଇଁ କୁହାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ଅର୍ଥାତ ଗୁରୁବାର ସାନ୍ଧ୍ୟ ପର୍ଯ୍ୟନ୍ତ ଗଂଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ ଏବଂ ଜଗତସିଂହପୁର ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ କନ୍ଧମାଳ ଆଜି ଜିଲାରେ କାଳବୈଶାଖୀର ପ୍ରଭାବ ଅଧିକ ରହିବ ବୋଲି ଗୁରୁବାର ପର୍ଯ୍ୟନ୍ତ ଏହି ସବୁ ଜିଲାକୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri