ମୁମ୍ବାଇ,୧୭ା୩: ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ୨୦୧୩ରେ ରାଜନ ବିଲ୍ଡର ଅଜୟ ଗୋସାଲିଆଙ୍କୁ ହତ୍ୟା ପାଇଁ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା।