Advertisement

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share