ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଧାମନଗ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସିଟ୍ରେ ବାଜିମାତ କରିବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘିବେଲାଙ୍କୁ ଏହି ନିଯୁକ୍ତି ପ୍ରଦାନ କରାଯାଇଛି।