Posted inଜାତୀୟ

ଆସିଲେ ରାମ: ଆରମ୍ଭ ହେଲା ମଙ୍ଗଳଧ୍ୱନି, ଭଗବାନ ବିଷ୍ଣୁଙ୍କ ସହ ଜଡିତ ମୁହୂର୍ତ୍ତରେ ହେବ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ବୈଦିକ ରୀତିନୀତି ଆରମ୍ଭ ହୋଇଛି। ମନ୍ଦିର ଏବଂ ଏହାର ଆଖପାଖ ସ୍ଥାନଗୁଡ଼ିକ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହୋଇଛି। ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସକାଳ ୧୦ଟା ୩୦ରେ ପହଞ୍ଚିବାର ଅଯୋଧ୍ୟା ପହଞ୍ଚି ଯାଇଛନ୍ତି। ତାଙ୍କ ଉପସ୍ଥିତିରେ ପ୍ରଶଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ରାମଲାଲାଙ୍କ ଅଭିଷେକ ଠାରୁ ଆରତୀ ପର୍ଯ୍ୟନ୍ତ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ସୋମବାର ଗର୍ଭଗୃହରେ ପ୍ରାଣ ପ୍ରତିଷ୍ଠା କରାଯିବ।
ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ କହିଛନ୍ତି ଯେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସୋମବାର ସକାଳ ୧୦ଟାରୁ ଏକ ମହାନ ମଙ୍ଗଳ ଧ୍ୱନି ସହିତ ଆରମ୍ଭ ହେବ। ଦେଶର ବିଭିନ୍ନ ରାଜ୍ୟରୁ ୫୦ ରୁ ଅଧିକ ସୁନ୍ଦର ବାଦ୍ୟ ପ୍ରାୟ ଦୁଇ ଘଣ୍ଟା ପାଇଁ ରାମ ଧୂନ ବଜାଇବେ।
ସୋମବାର ହେଉଛି ପୌଷ ମାସର ଶୁକ୍ଳ ପକ୍ଷର କୁର୍ମ ଦ୍ୱାଦଶୀ ତିଥି। କୁର୍ମ ଦ୍ୱାଦଶୀ ବ୍ରତ ଭଗବାନ ବିଷ୍ଣୁଙ୍କୁ ସମର୍ପିତ। ବିଷ୍ଣୁ ପୁରାଣରେ କୁହାଯାଇଛି ଯେ ଏହି ତିଥିରେ ଭଗବାନ ବିଷ୍ଣୁ କୁର୍ମ ଅର୍ଥାତ୍‌ କଇଁଛର ରୂପ ନେଇଥିଲେ ଏବଂ ସମୁଦ୍ରକୁ ଘୁଞ୍ଚାଇବାରେ ସାହାଯ୍ୟ କରିଥିଲେ। କଇଁଛର ରୂପ ହେଉଛି ସ୍ଥିରତାର ପ୍ରତୀକ। ଏଭଳି ପରିସ୍ଥିତିରେ ପ୍ରାଣ ପ୍ରତିଷ୍ଠା ପାଇଁ ଏହି ତିଥି ଚୟନ କରାଯାଇଛି। ସେହିଭଳି ମୃଗଶିରା କିମ୍ବା ମୃଗଶୀର୍ଷ ନକ୍ଷତ୍ରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଉଛି। ଏହି ଶୁଭ ସମୟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri