Posted inଜାତୀୟ

ଅଯୋଧ୍ୟାରେ ରାମଙ୍କ ୫୦ ଲକ୍ଷ ଟଙ୍କାର ଲାଇଟ୍‌ ଚୋରି

ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍‌ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍‌କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଚୋରି ହୋଇଥିବା ଲାଇଟ୍‌ଗୁଡ଼ିକର ଆନୁମାନିକ ମୂଲ୍ୟ ୫୦ ଳକ୍ଷ ଟଙ୍କା ହେବ। ଲାଇଟ୍‌ ଲଗାଇଥିବା କମ୍ପାନୀର ପ୍ରତିନିଧି ଶେଖର ଶର୍ମାଙ୍କ ଏତଲାକ୍ରମେ ପୋଲିସ ଅଜ୍ଞାତ ବ୍ୟକ୍ତିମାନଙ୍କ ବିରୋଧରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ତେବେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏହି ଅଞ୍ଚଳରୁ କିପରି ଲାଇଟ୍‌ ଚୋରି ହେଲା ତାକୁ ନେଇ ପ୍ରଶ୍ନ ଉଠିଛି।

ଜାନୁଆରୀ ୨୨ରେ ରାମନ୍ଦିର ପ୍ରାଣପ୍ରତିଷ୍ଠା ପୂର୍ବରୁ ଅଯୋଧ୍ୟାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ଏହିକ୍ରମରେ ଅଯୋଧ୍ୟା ଉନ୍ନୟନ କର୍ତ୍ତୃପକ୍ଷ ଭକ୍ତିପଥ ଓ ରାମପଥରେ ଲାଇଟ୍‌ ଲଗାଇବା ପାଇଁ ୟଶ ଏଣ୍ଟରପ୍ରାଇଜେସ୍‌ ଆଣ୍ଡ୍‌ କୃଷ୍ଣା ଅଟୋମୋବାଇଲ୍ସକୁ ଠିକା ଦେଇଥିଲେ। ଏହି ଦୁଇ କମ୍ପାନୀ ରାସ୍ତାର ଉଭୟ ପାର୍ଶ୍ୱରେ ୬,୪୦୦ ବାମ୍ବୋ ଲାଇଟ୍‌ ଏବଂ ୯୬ଟି ଗୋବୋ ପ୍ରୋଜେକ୍ଟର ଲାଇଟ୍‌ ଲଗାଇଥିଲେ। ସେଥିରୁ ୩,୮୦୦ ବାମ୍ବୋ ଲାଇଟ୍‌ ଓ ୩୬ଟି ପ୍ରୋଜେକ୍ଟର ଲାଇଟ୍‌ ଚୋରି ହୋଇଯାଇଛି। ମାର୍ଚ୍ଚ ୧୯ ପର୍ଯ୍ୟନ୍ତ ସେଠାରେ ସମସ୍ତ ଲାଇଟ୍‌ ଥିଲା। କିନ୍ତୁ ମେ’ ୯ରେ ନିରୀକ୍ଷଣ ପରେ କେତେକ ଲାଇଟ୍‌ ଚୋରି ହୋଇଯାଇଥିବା ବିଷୟ ଜଣାପଡ଼ିଥିଲା ବୋଲି ଅଗଷ୍ଟ ୯ରେ ରାମ ଜନ୍ମଭୂମି ଥାନରେ ଏତଲା ଦିଆଯାଇଥିଲା। ତେବେ ଏନେଇ ଅଯୋଧ୍ୟା ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ବିସ୍ତୃତ ରିପୋର୍ଟ ମଗାଯାଇଥିବା ଜିଲାପାଳ ଚନ୍ଦ୍ର ବିଜୟ ସିଂ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri