ଉତ୍କଳ ପ୍ରଦେଶ ଗଠନରେ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାସ୍ତରୀୟ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ୧୨୩ତମ ଜନ୍ମ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ପ୍ରଶାନ୍ତ ମହାରଣା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

Share