ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଆଇନଜୀବୀ ହରପ୍ରସାଦ ରଥଙ୍କ ସଂଯୋଜନା ଏବଂ ଏନ୍‌ଏସି ନଗରପାଳ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରାକ୍ତନ ସଭାପତି ହରିକୃଷ୍ଣ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ପୁରୀ ଶ୍ରୀରାମଦୟା ପରିଷଦର ମହାମଣ୍ଡଳେଶ୍ବର ମହନ୍ତ ଗଙ୍ଗାରାମ ଦାସଜୀ ମହାରାଜ ଶିବପାର୍ବତୀଙ୍କ ବିବାହ ପ୍ରସଙ୍ଗ ଉପରେ ପ୍ରାରମ୍ଭିକ ସୂଚନା ଦେବାପରେ ପଣ୍ଡିତ ଉମାକାନ୍ତ ମହାପାତ୍ର ଅତି ସରଳ ଏବଂ ବୋଧଗମ୍ୟ ପ୍ରବଚନ ପ୍ରଦାନ କରି ରାମରସ ପିପାସୁ ଭକ୍ତଗଣଙ୍କ ହୃଦୟ ଜିଣିବାକୁ ସକ୍ଷମ ହୋଇଥିଲେ। ମାନସ ପାରାୟଣ କାର୍ଯ୍ୟକ୍ରମ ପରିଚାଳନା କମିଟି କର୍ମକର୍ତ୍ତା ଭାଗିରଥି ଚୌଧୁରୀ, ସୂର୍ଯ୍ୟନାରାୟଣ ଦାଶ, ହରିକୃଷ୍ଣ ସାହୁ, କାଳୁଚରଣ ପାଣିଗ୍ରାହୀ, ଲକ୍ଷ୍ମୀ ନୃସିଂହ ମାର୍ଥା, ହେମନ୍ତ କୁମାର ପାଣିଗ୍ରାହୀ, ସୁବାସ ଚନ୍ଦ୍ର ପାଢ଼ୀ, ପି. ଗୋବିନ୍ଦ ପାତ୍ର, ବିନୋଦ ଚନ୍ଦ୍ର ଦାଶ, ସୁରେନ୍ଦ୍ର ପଟ୍ଟନାୟକ, ଗୌରଚନ୍ଦ୍ର ପୂଜାରୀ, ଏମ. ବାଇନାଥ ଓ ଅନ୍ୟ ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଶ୍ରୀ ରାମଚରିତ ମାନସ ନବାହ୍ନ ପାରାୟଣ କାର୍ଯ୍ୟକ୍ରମ ୨୬ ତାରିଖ ସନ୍ଧ୍ୟାରେ ଉଦଯାପିତ୍‌ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri