ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଗଞ୍ଜାମ ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ। ପରେ ନିର୍ବାଚନ ଅଧିକାରୀ ତଥା ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିକଟରେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି।

Share