ରାଉରକେଲାରେ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା ଅଫିସ,୧୪।୪: ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ବେଳେ ଷ୍ଟିଲ ସିଟି ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକା(୧୨ବର୍ଷ)ଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ ବୁଧବାର ଗିରଫ କରିଛି ।
ଗତ ୪ ଦିନ ତଳେ ନାବାଳିକା ଜଣକ ବିସ୍କୁଟ କିଣିବା ପାଇଁ ଘର ନିକଟ ଦୋକାନକୁ ଯାଇଥିଲେ। ନାବାଳିକାଙ୍କୁ ଏକୁଟିଆ ଯାଉଥିବା ଦେଖି ବସ୍ତିର ଜଣେ ଯୁବକ ଘରକୁ ଡାକି ନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାକୁ ନ କହିବା ପାଇଁ ନାବାଳିକାଙ୍କୁ ଧମକ ଦେଇଥିଲେ ଯୁବକ। ଭୟରେ ନାବାଳିକା ଜଣକ ଘଟଣା ସମ୍ପର୍କରେ ଜଣାଇ ନ ଥିଲେ। ନାବାଳିକାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକଙ୍କ ସନ୍ଦେହ ହୋଇଥିଲା। ପଚରାଉଚରା କରିବାରୁ ନାବାଳିକା ଘର ଲୋକଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ପରେ ପରିବାର ଲୋକେ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।...

୨୮ରେ ସମ୍ବଲପୁର ଆସିବେ ଶାହା

ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର...

ଶୁଝିପାରିଲେନି ଲୋନ୍‌, ଘର ସିଲ୍‌ କଲା ବ୍ୟାଙ୍କ

ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ...

କାଲିଠୁ କମିବ ବର୍ଷା

ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ...

ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା

ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର...

ଟ୍ରଲର ଡ୍ରାଇଭର, ମତ୍ସ୍ୟଜୀବୀଙ୍କ ଘରୁ ହଟୁନି ଭିଏଚ୍‌ଏଫ୍‌ ଟାୱାର

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥାରେ ଅଲିଭ ରିଡ୍‌ଲେ କଇଁଛଙ୍କ ପାଇଁ ସାମୁଦ୍ରିକ ଅଭୟାରଣ୍ୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। କଇଁଛଙ୍କ ପାଇଁ...

ଇକୋ ରିଟ୍ରିଟ୍‌ରେ ଖୋଲିଲା କ୍ଷୁଦ୍ରଦାନା ଶସ୍ୟର ଷ୍ଟଲ୍‌, ପର୍ଯ୍ୟଟକଙ୍କୁ ମିଳିବ ମାଣ୍ଡିଆ-କାଙ୍ଗୁ

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ପର୍ଯ୍ୟଟକଙ୍କୁ ଏବେ ହାତ ପାହାନ୍ତାରେ ମିଳିବ କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ସମସ୍ତ ପ୍ରକାର ଖାଦ୍ୟ। ଏହାକୁ ସରକାରଙ୍କ ଶ୍ରୀଅନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri