ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ବ୍ରହ୍ମପୁର ଅଫିସ,୧୨ା୫: ଜନୈକା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ନୂଆ ଅନନ୍ତେଇ ଗ୍ରାମର ବୋଲି ଜଣାପଡିଛି। ପୋଲିସ ଏକ ମାମଲା (ନଂ.୧୪୪/୨୧) ରୁଜୁ କରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ପୋଲିସ ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇଛି।

ଅଭିଯୋଗ ମୁତାବକ, ଯୁବକ ଜଣକ ଯୁବତୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏପରିକି ଯୁବତୀଙ୍କୁ ବିଭିନ୍ନ ସ୍ଥାନକୁ ନେଇ ଶାରୀରିକ ସମ୍ପର୍କ ରଖିଥିଲେ। ଶେଷରେ ଯୁବକ ଜଣକ ବିବାହ କରିବାକୁ ଯୁବତୀଙ୍କୁ ମନା କରି ଦେଇଥିଲେ। ଯୁବତୀଙ୍କୁ ଘଟଣା ସମ୍ପର୍କରେ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ପୀଡ଼ିତା ମଙ୍ଗଳବାର ସଦର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।

Share