ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ବଡ଼ସାହି,୨୧ା୧୧(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ସୋମବାର ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୩୧୯/୨୨)ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବାପି ମହାପାତ୍ର (୩୨)। ପୀଡ଼ିତା ଓ ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ପରେ ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ଦିବ୍ୟାଙ୍ଗ ଯୁବତୀ ଜଣକ ଘରେ ଏକୁଟିଆ ଥିବା ସୁଯୋଗରେ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିଲେ। ପରିବାର ଲୋକେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି।