ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ ଥିବା ଜଣେ ଯୁବକଙ୍କୁ ମଧ୍ୟ ପ୍ରବଳ ମାଡ ମାରିବା ପରେ ଗଛରେ ବାନ୍ଧି ଅଭିଯୁକ୍ତମାନେ ତାଙ୍କ ମୋବାଇଲ ନେଇଯାଇଥିଲେ। ଦଶହରା ପାଇଁ ପାଟ୍ରୋଲିଂ କରୁଥିବା ବୈଶିଙ୍ଗା ପୋଲିସ ସେଠାରେ ପହଞ୍ଚି ବନ୍ଧା ହୋଇଥିବା ଯୁବକଙ୍କୁ ଉଦ୍ଧାର କରିବା ସହ ଛାତ୍ରୀଙ୍କୁ ଉଦ୍ଧାର କରିଥିଲା। ଛାତ୍ରୀ ଓ ଯୁବକଙ୍କ ବୟାନ ଭିତ୍ତିରେ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଗଠନ କରି ଅଭିଯୁକ୍ତ ୩ଜଣଙ୍କୁ ଧରିବାରେ ସକ୍ଷମ ହୋଇଛି।
ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଅଞ୍ଚଳର ଛାତ୍ରୀଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବାରିପଦା ଅଭିମୁଖେ ଯାଉଥିବା ସମୟରେ କୌଣସି କାରଣବଶତଃ ୧୮ନଂ. ଜାତୀୟ ରାଜପଥର କଳମା ଛକ ପାଖରେ ଠିଆ ହୋଇଥିଲେ। ବାଲେଶ୍ୱର ଜିଲା ବାଙ୍କତିରା ଅଞ୍ଚଳର ଦୁଇଜଣ ଯୁବକ ବାଇକ ଯୋଗେ ଆସି ଉକ୍ତ ସ୍ଥାନରେ ଅଟକିଥିଲେ। ସେମାନେ ଏକାକୀ ଯୁବତୀ ଯୁବକଙ୍କୁ ଦେଖି ଫୋନ କରି ଗଁ। ରୁ ଆଉ ଜଣେ ଯୁବକଙ୍କୁ ଡକାଇ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ପ୍ରବଳ ମାଡ ମାରି ଏକ ଗଛରେ ବାନ୍ଧି ପକାଇଥିଲେ। ଦୁଇଜଣ ଯୁବକ ଜଙ୍ଗଲ ମଧ୍ୟକୁ ଛାତ୍ରୀଙ୍କୁ ଟେକି ନେଇ ବଳାତ୍କାର କରିଥିଲେ। ଶନିବାର ସମସ୍ତଙ୍କର ଡାକ୍ତରୀମାଇନା କରାଯିବା ପରେ ନିଜେ ଭାରପ୍ରାପ୍ତ ଅଧିକାରୀ ଏକ ମାମଲା(ନଂ.୩୦୨/୨୧) ରୁଜୁ କରି ସାରେ ଅଭିଯୁକ୍ତମାନଙ୍କୁ ବାରିପଦା କୋର୍ଟଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri