ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଧରି ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଯାଇଥିବା ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି।

ଅଭିଯୋଗ ମୁତାବକ ନାବାଳକ ଜଣକ ଯୁବତୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ବାରମ୍ବାରା ଯୁବତୀଙ୍କ ସହ ସମ୍ପର୍କ ରଖିଥିଲେ। ପରବର୍ତ୍ତି ସମୟରେ ନାବାଳକ ଯୁବତୀଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ। ଏନେଇ ସୋମବାର ଯୁବତୀ ଜଣକ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ପରେ ନାବାଳକଙ୍କୁ ଧରିଥିଲା। ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଯାଇଛି।

Share