ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ ସଦସ୍ୟ ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ବିସ୍ତୃତ ଆଲୋଚନା କରିବେ। ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ।

ବିଜେଡି ସରକାର ସମୟରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ହେଲେ ଭାଜପା ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ।