ମ୍ୟାଲେରିଆ ଆକ୍ରାନ୍ତରେ ରାୟଗଡ଼ା ଜିଲା ୧ ନମ୍ବର

ରାୟଗଡ଼ା,୧୩ା୭(ଆଶିଷ ରଞ୍ଜନ ପଣ୍ଡା): ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମ୍ୟାଲେରିଆ ଆକ୍ରାନ୍ତରେ ଗତ ବର୍ଷଠାରୁ ରାଜ୍ୟରେ ୧ ନମ୍ବର ସ୍ଥାନରେ ରହିଛି ରାୟଗଡ଼ା ଜିଲା। ଏହା ପୂର୍ବରୁ ୨୦୧୬ ଏବଂ ୨୦୧୭ରେ ରାୟଗଡ଼ା ଜିଲା ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟାରେ ପ୍ରଥମ ସ୍ଥାନରେ ରହିଥିଲା। ସେହିଭଳି ରାଜ୍ୟରେ ୨୦୧୮ରେ ମ୍ୟାଲେରିଆ ଆକ୍ରାନ୍ତରେ ରାୟଗଡ଼ା ଜିଲା ପଞ୍ଚମ, ୨୦୧୯ରେ ଦ୍ୱିତୀୟ, ୨୦୨୦ରେ ତୃତୀୟ, ୨୦୨୧ରେ ଚତୁର୍ଥ, ୨୦୨୨ରେ ଦ୍ୱିତୀୟ ସ୍ଥାନରେ ରହିଥିଲା। ୨୦୨୨-୨୩ ଭଳି ୨୦୨୩-୨୪ରେ ମଧ୍ୟ ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟକୁ ଅନୁଧ୍ୟାନକଲେ, ୨୦୨୪ ଜାନୁଆରୀରୁ ଜୁନ୍‌ ଶେଷ ସୁଦ୍ଧା ରକ୍ତ ପରୀକ୍ଷା ହୋଇଥିବା ୨,୭୧,୨୧୬ ଜଣଙ୍କ ମଧ୍ୟରୁ ୩,୭୧୨ ଜଣ ମ୍ୟାଲେରିଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୦୨୩ ଜାନୁଆରୀରୁ ଜୁନ୍‌ ପର୍ଯ୍ୟନ୍ତ ୩୧୯୬ ଜଣ ମ୍ୟାଲେରିଆରେ ଆକ୍ରାନ୍ତ ଥିଲେ। ତେଣୁ ପ୍ରତିବର୍ଷ ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ ମ୍ୟାଲେରିଆ ଆକ୍ରାନ୍ତରେ ରାୟଗଡ଼ା ଜିଲା ଚଳିତ ବର୍ଷ ମଧ୍ୟ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ଜିଲାରେ ରହିଥିବା ୧୧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ତଥ୍ୟ ଅନୁଯାୟୀ, ଜୁନ୍‌ରେ ୫୬,୯୯୧ ଜଣଙ୍କ ରକ୍ତ ପରୀକ୍ଷା ହୋଇଥିବାବେଳେ ମୋଟ ୧୨୦୪ ଜଣ ମ୍ୟାଲେରିଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ସର୍ବାଧିକ ୫୪୬, ଗୁଡ଼ାରିରେ ୪୪୯ ଏବଂ କାଶୀପୁରରେ ୪୩୪ ଜଣ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଛନ୍ତି। ଗୁଣପୁର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ସର୍ବନିମ୍ନ ୪୪ ଜଣ ମ୍ୟାଲେରିଆ ରୋଗୀ ଚିହ୍ନଟ ହୋଇଛନ୍ତି। ରାୟଗଡ଼ା ଜିଲାରେ ମ୍ୟାଲେରିଆରେ ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଜୁଲାଇ ସୁଦ୍ଧା ମ୍ୟାଲେରିଆରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମ୍ୟାଲେରିଆରେ ପ୍ରାଣ ହରାଉଥିବା ୭୦% ଜନ୍ମରୁ ୮ ବର୍ଷର ଶିଶୁ ଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁସାରେ ଜୁନ୍‌ ସୁଦ୍ଧା ୪୪୯ ଜଣ ଶିଶୁ ମ୍ୟାଲେରିଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛ।
ଅନ୍ୟପଟେ ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ୨୦୨୦ରେ ଔଷଧୀୟ ମଶାରି ବଣ୍ଟନ କରାଯାଇଥିଲା। ମଶାରିରେ ରହିଥିବା ଔଷଧର ପ୍ରଭାବ ୩ ବର୍ଷ ପର୍ଯ୍ୟନ୍ତ ରହିଥାଏ। ଏହାର ଅବଧି ବର୍ତ୍ତମାନ ଶେଷ ହୋଇ ବର୍ଷେ ବିତିଗଲାଣି। ତେବେ ପୁନଶ୍ଚ ୨୦୨୩ରେ ବଣ୍ଟନ ହେବାକୁ ଥିବାବେଳେ ମଶାରି ଆସି ନ ଥିବା ଯୋଗୁ ବର୍ତ୍ତମାନ ସୁଦ୍ଧା ବଣ୍ଟନ ହୋଇ ନ ଥିବାରୁ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ମ୍ୟାଲେରିଆ ବଢ଼ିବାର ଅନ୍ୟ କାରଣ ବୋଲି ଆଲୋଚନା ହେଉଛି। ରାୟଗଡ଼ା ଜିଲାରେ ମ୍ୟାଲେରିଆ ବ୍ୟାପିବା ସମ୍ପର୍କରେ ସିଡିଏମଓ ଡାକ୍ତର ଲାଲମୋହନ ରାଉତରାୟ କହିଛନ୍ତି, ଏମଡିଡି (ମ୍ୟାଲେରିଆ, ଡାଇରିଆ ଓ ଡେଙ୍ଗୁ) କ୍ୟାମ୍ପେନ ଜୁଲାଇ ୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିଛି। ମଶାରୀ ପାଇଁ ସରକାରଙ୍କୁ କୁହାଯାଇଛି। ଏହାସହିତ ଲୋକେ ସଚେତନ ହୋଇ ନିଜ ଘର ଏବଂ ଅଞ୍ଚଳ ସଫା ରଖିଲେ ମଶା କମିଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri