Posted inଜାତୀୟ

ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୭।୬: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଏଥର ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ କରିବାକୁ କମିଟି ପୁଣି ଥରେ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରହିବାକୁ ଯାଉଛି। ରିଜର୍ଭ ବ୍ୟାଙ୍କର ଶକ୍ତିଶାଳୀ ମୁଦ୍ରା ନୀତି କମିଟିର କ୍ରମାଗତ ଅଷ୍ଟମ ବୈଠକରେ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। କେନ୍ଦ୍ରୀୟ ବ୍ୟାଙ୍କର ଏମ୍‌ପିସି ଗତ ଫେବୃଆରୀ ୨୦୨୩ରେ ରେପୋ ରେଟ୍‌କୁ ବଦଳାଇ ଦେଇଥିଲା ଏବଂ ପରେ ଏହାକୁ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୧୬ ମାସ ପାଇଁ ସମାନ ସ୍ତରରେ ସ୍ଥିର ରହିଛି।
ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଘୋଷଣା ସୁଧ ହାରରେ ହ୍ରାସ ଆଶା କରୁଥିବା ଲୋକଙ୍କୁ ନିରାଶ କରିଛି। ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ ହେବା ଯୋଗୁ, ଲୋକଙ୍କ ଇଏମ୍‌ଆଇଭାରରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏହି ଘୋଷଣା ସେହି ନିବେଶକମାନଙ୍କ ପାଇଁ ଏକ ଖୁସି ଖବର, ଯେଉଁମାନେ ଏଫ୍‌ଡିରେ ଟଙ୍କା ବିନିଯୋଗ କରିବାକୁ ପସନ୍ଦ କରନ୍ତି। ହାଇ ରେପୋ ରେଟ୍‌ ସ୍ଥିର ରହିବା ଅର୍ଥ ହେଉଛି ଏଫ୍‌ଡି ଉପରେ ଅଧିକ ସୁଧର ଲାଭ ଉପଲବ୍ଧ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri