ଉତ୍ସବ ପାଳନ ପାଇଁ ପ୍ରସ୍ତୁତ ଆରମ୍ଭ: ସ୍ଥାନୀୟ କଳାକାରଙ୍କୁ ମିଳିବ ସୁଯୋଗ

କର୍ଲାମୁଣ୍ଡା:୧୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁୟାରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିରେ ଭାରପ୍ରାପ୍ତ ବିଡିଓ ସିଧେଶ୍ୱର ମେହେର, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ତହସିଲଦାର ଅରୁଣ ବର୍ଗେ, ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, କର୍ଲାମୁଣ୍ଡା କ ଯୋନ ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ଖ ଯୋନ ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରୀଆ, ସମିତି ସଂଘ ସଭାପତି ନିମାଇଁ ଚରଣ ବେହେରା, ଭାରପ୍ରାପ୍ତ ଅତିରିକ୍ତ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୋହିତ ରଣା ଓ ଗୋପମଣୀ ସାହୁ, ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଅରୁଣ ସାହୁ ଯୋଗ ଦେଇଥିଲେ ଶାନ୍ତି ଶୃଙ୍ଖଳାରେ କିପରି ମହୋତ୍ସବ ପାଳନ ହୋଇପାରିବ ସେ ନେଇ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଉତ୍ସବ ପାଳନ ନେଇ ବିଭିନ୍ନ ବିଭାଗ ପାଇଁ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଏପରିକି ଉତ୍ସବ ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏପରିକି ଉତ୍ସବରେ ସ୍ଥାନୀୟ କଳାକାରଙ୍କଙ୍କୁ ସୁଯୋଗ ଦିଆଯିବ ବୋଲି ଆଲୋଚନା ହୋଇଥିଲା।

ଅନ୍ୟପକ୍ଷେ ବୈଠକରେ ପ୍ରଦୀପ କୁମାର ମାଝୀ, ଅବସର ପ୍ରାପ୍ତ ଶିକ୍ଷକ ମାର୍କଣ୍ଡ ପାଢ଼ୀ, ପବିତ୍ର ମୋହନ ପଶା, ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ସେକ୍ସନ ଅଫିସର ଶିବା ନନ୍ଦ ପାତ୍ର, ଆଇସିଡିଏସ ସୁପର ଭାଇଜର କୁସୁମ ମଞ୍ଜରୀ ପଣ୍ଡା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସ୍ବାଗତ କୁମାର ପାଣିଗ୍ରାହୀ, ଯନ୍ତ୍ରୀ ଅନୁସାୟା ଭଞ୍ଜ, ଫାଣ୍ଡି ଅଧିକାରୀ ଥବିର ବରିହା, ବିଦ୍ୟୁତ ବିଭାଗ ଯନ୍ତ୍ରୀ ପ୍ରମୋଦ କୁମାର ପାତ୍ର, ସମାଜ ସେବୀ ପ୍ରଦୀପ କୁମାର ସାହୁ, ରିଷିଡା ସରପଞ୍ଚ ସେବତୀ ରଣା, ପୌରକେଲା ସରପଞ୍ଚ ଯଶୋସୱିନୀ ଧରୁଆ, ସାପଲହରା ସରପଞ୍ଚ ରାଜେଶ୍ୱରୀ ସେନାପତି, ରିଂଜା ସମିତି ସଭ୍ୟ ଆନନ୍ଦ ନାଗ,ସ. ମାଲପଡା ସମିତି ସଭ୍ୟ ଗୋଲାପ ଶଙ୍କର ସାହୁ ସାମ୍ବାଦିକ ପ୍ରଦୀପ କୁମାର ସାହୁ, ନବୀନ କୁମାର ସାହୁ, ଗୋପବନ୍ଧୁ ସାହୁଙ୍କ ସମେତ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image