Categories: ଜାତୀୟ

ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩ା୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଶୁକ୍ରବାର ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୦୬-୦୭ରେ ୟେଦୁରପ୍ପା ଉପମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ବିରୋଧରେ ବେଆଇନ ଭାବେ ଜମି ଆବଣ୍ଟନ ଅଭିଯୋଗ ଆସିଥିଲା। ଦୁର୍ନୀତି ନିବାରଣ ଆଇନ ବଳରେ ଲୋକାୟୁକ୍ତଙ୍କ ପକ୍ଷରୁ ମାମଲା ରୁଜୁ ହୋଇଥିଲା। ୨୦୨୦ରେ ସେ ଏଫ୍‌ଆଇଆର୍‌ ରଦ୍ଦ ପାଇଁ କର୍ନାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ହାଇକୋର୍ଟ ମନା କରିଦେଇଥିଲେ। ହାଇକୋର୍ଟ ରାୟ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି।

Share