‘ବ୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ର ସାମ୍ପ୍ରତିକ ପରିବର୍ତ୍ତନ’

ଭୁବନେଶ୍ୱର,୨୭।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଅଫିସର୍ସ ଆସୋସିଏଶନ୍‌ ଓଡ଼ିଶା ୟୁନିଟ୍‌ର ୪୨ତମ ବାର୍ଷିକ ବୈଠକ ରବିବାର ସ୍ଥାନୀୟ ରେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଫେଡେରେଶନ୍‌ ଅଫ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ୍‌ର ସାଧାରଣ ସମ୍ପାଦକ କମ୍ରେଡ୍‌ ସୁନୀଲ କୁମାର, ସଭାପତି କମ୍ରେଡ୍‌ ନିଲେଶ ପାୱାର, ଚେୟାରମ୍ୟାନ୍‌ କମ୍ରେଡ୍‌ ସଞ୍ଜୟ ଦାସ, ଉପଦେଷ୍ଟା କମ୍ରେଡ୍‌ ସୁନୀଲ ଲାକ୍ରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ବିଓଆଇ ଏନ୍‌ବିଜି ଓଡିଶାର ପ୍ରଥମ ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ରଙ୍କ ସମେତ ବ୍ୟାଙ୍କର ଆଞ୍ଚଳିକ ମୁଖ୍ୟ ମଳୟ ଦାସ, ୟୁ.କେ. ରଥ, ଅରବିନ୍ଦ ମିଶ୍ର ଏବଂ ଆର୍‌.ସି.ଦାସ ପ୍ରମୁଖ ଉକ୍ତ ବୈଠକରେ ଉପସ୍ଥିତ ଥିଲେ। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ଓଡ଼ିଶା ୟୁନିଟ୍‌ର ସଭାପତି କମ୍ରେଡ୍‌ ସ୍ମୃତିରଞ୍ଜନ ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳନା କରାଯାଇଥିଲା। ସଂଘର ସାଧାରଣ ସମ୍ପାଦକ କମ୍ରେଡ୍‌ କମଲଜିତ୍‌ ମହାପାତ୍ର କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ମତ ଉପସ୍ଥାପନ କରିଥିଲେ। ବିଶେଷ କରି ଫେଡେରେଶନ୍‌ର ଲିଡର ଏବଂ କାର୍ଯ୍ୟନିର୍ବାହୀମାନେ ବ୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ର ସାମ୍ପ୍ରତିକ ପରିବର୍ତ୍ତନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ସେହିପରି ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନୂତନ ଟେକ୍ନୋଲୋଜିର ବ୍ୟବହାର ଉପରେ ମଧ୍ୟ ଅଧିକାରୀ ଓ ଅତିଥିମାନେ ବିସ୍ତୃତ ଆଲୋଚନା କରିଥିଲେ। ସେମାନେ ମଧ୍ୟ ବ୍ୟାଙ୍କ ଘରୋଇକରଣର ବିପଦ, ଘରୋଇ ସମ୍ପତ୍ତି ବିକ୍ରୟ ଏବଂ ବ୍ୟାଙ୍କିଙ୍ଗ୍‌ ଇଣ୍ଡଷ୍ଟ୍ରିରେ କର୍ମଚାରୀଙ୍କ ସୁରକ୍ଷା ସମ୍ପର୍କରେ ସଦସ୍ୟମାନଙ୍କୁ ସୂଚନା ପ୍ରଦାନ କରିଥିଲେ। ପରିଶେଷରେ ସମସ୍ତ ଲିଡର ସଦସ୍ୟମାନଙ୍କୁ ବ୍ୟାଙ୍କ ଓ ଏହାର କାର୍ଯ୍ୟକାରିତା ପ୍ରତି ଶୃଙ୍ଖଳିତ ରହିବାକୁ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri