ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ ଭିତରର ସ୍ଥିତି ଅନୁଧ୍ୟାନ କରାଯିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟିରେ ନିଷ୍ପତ୍ତି ହୋଇଛି। ଆଗାମୀ ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଦିଆଯିବ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱ୍ବାବଧାନରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ରନତ୍ଭଣ୍ଡାର ଖୋଲାଯାଉ ବୋଲି ସରକାରଙ୍କୁ ଅନୁରୋଧ କରାଯିବ।
ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଦୁଇ ଦୁଇଥର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବାତିଲ ହେବା ପରେ ଶେଷରେ ଶୁକ୍ରବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବହୁଚର୍ଚ୍ଚିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ୨୦୨୪ ରଥଯାତ୍ରା ସମୟରେ ଖୋଲିବା ଏବଂ ମରାମତି ନେଇ ଆଲୋଚନା କରାଯାଇଛି। ସେହିପରି ବନକଲାଗି ନୀତି, ଶ୍ରୀମନ୍ଦିର ୪ଦ୍ୱାର ଖୋଲାଯିବା ପ୍ରସଙ୍ଗ, ସେବାୟତ ବାସଗୃହ ଓ ସେବାୟତ ଗୁରୁକୁଳ ଆଦି ବିଷୟ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୨୦୨୩ ରଥଯାତ୍ରା ସମୀକ୍ଷା ମଧ୍ୟ କରାଯାଇଥିଲା। ତେବେ ବହୁ ବର୍ଷ ପ୍ରତୀକ୍ଷାର ଏବେ ଅନ୍ତ ହେବାକୁ ଯାଉଛି। ୨୦୨୪ ରଥଯାତ୍ରା ସମୟରେ ଭିତର ରନତ୍ଭଣ୍ଡାର ଖୋଲାଯିବାର ବ୍ୟବସ୍ଥା କରାଯିବ। ଏଏସ୍‌ଆଇ ପକ୍ଷରୁ ରନତ୍ଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖାଯିବା ପରେ ଆଲୋଚନା ହୋଇ ରନତ୍ଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତିି ହୋଇଛି। ତେବେ ଏହା ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ରନତ୍ଭଣ୍ଡାରର ସ୍ଥିତି ଯାଞ୍ଚ କରାଯିବ। ଏଏସ୍‌ଆଇ, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଇଞ୍ଜିନିୟର ଏବଂ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ରନତ୍ଭଣ୍ଡାର ସ୍ଥିତି ଯାଞ୍ଚ କରାଯିବା ପରେ ରିପୋର୍ଟକୁ ଅନୁଧ୍ୟାନ କରି ସରକାରଙ୍କୁ ଅବଗତ କରାଯିବ। ତେବେ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରୁଥିବାରୁ ସେହି ସମୟ ହିଁ ରନତ୍ଭଣ୍ଡାର ଯାଞ୍ଚର ପ୍ରକୃଷ୍ଟ ସମୟ ବୋଲି ପରିଚାଳନା କମିଟିରେ ମତପ୍ରକାଶ ପାଇବା ପରେ ଏହି ନିଷ୍ପତ୍ତି ହୋଇଛି ବୋଲି ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ବୈଠକ ସମ୍ପର୍କରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ବର୍ମା କହିଥିଲେ, ପରିଚାଳନା ବୈଠକରେ ପ୍ରଥମେ ପୂର୍ବ ବୈଠକ ସମ୍ପର୍କରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା। ପରେ ସେବାୟତଙ୍କ ପାରମ୍ପରିକ କ୍ରୀଡ଼ା କୁସ୍ତିର ଉନ୍ନତି ପାଇଁ ଜାଗା, ଆଖଡ଼ା ଘରଗୁଡିକର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କୁ ଜଣାଯିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେହିପରି ଚଳିତବର୍ଷ ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେର ନୀତି ବେଳେ କେଉଁଠି ବିଭ୍ରାଟ ହୋଇଛି ଭିଡିଓ ମାଧ୍ୟମରେ ଦେଖାଯାଇଥିଲା। ତେବେ ମୋଟାମୋଟି ଘୋଷଯାତ୍ରା ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ଯାହା ବିଶୃଙ୍ଖଳା ହୋଇଛି ସେସବୁ ନୀତି ସବ୍‌କମିଟି ବୈଠକରେ ଆଲୋଚନା କରାଯିବ। ଗରିବ ଶ୍ରେଣୀର ସେବାୟତଙ୍କ ପାଇଁ କରାଯାଉଥିବା ସେବକ ହାଉସିଂ ପ୍ରୋଜେକ୍ଟ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ହରଚଣ୍ଡୀ ସାହିରେ ବାସଗୃହ ନିର୍ମାଣ ଚାଲିଛି। ୨୦୨୪ ସେପ୍ଟେମ୍ବରରେ ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି। ସେବାୟତ ପରିବାର ବିଦ୍ୟାର୍ଥୀଙ୍କ ପାଇଁ ଗୁରୁକୁଳ ଆଶ୍ରମ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଛି। ଟେଣ୍ଡର ଡକାଯାଇଛି। କାମ ମଧ୍ୟ ଖୁବ୍‌ଶୀଘ୍ର ଶେଷ ହେବ। ବନକଲାଗି ନୀତି ନେଇ ଚାଲିଥିବା ବିବାଦ ପ୍ରସଙ୍ଗରେ ଶୃଙ୍ଖଳିତ ନୀତି ସମ୍ପାଦନା କରିବା ଉପରେ ଆଲୋଚନା ହୋଇଛି। ମାସକୁ ଦୁଇଥର ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଯଦି କୌଣସି କାରଣରୁ ସେଦିନ ନ ହୁଏ, ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିିକ୍ରମେ ଗୁରୁବାର ସମ୍ପାଦନ ହେବ। ସେହିପରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଥିବାରୁ ୪ ଦ୍ୱାର ଭକ୍ତଙ୍କ ପାଇଁ ଖୋଲିବା ସମ୍ଭବ ହେଉନାହିଁ। ସମସ୍ତ ଦ୍ୱାର ପଟେ ବ୍ୟାରିକେଡ କରିବା ପାଇଁ ପର୍ଯ୍ୟାପ୍ତ ସ୍ଥାନ ନାହିଁ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସରିବା ପରେ ସମସ୍ତଙ୍କ ପାଇଁ ୪ ଦ୍ୱାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ପରିଚାଳନା କମିଟି ବୈଠକରେ ଏସ୍‌ପି କେ. ବିଶାଳ ସିଂ, ଏଏସ୍‌ଆଇ ସଦସ୍ୟ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଅସୁସ୍ଥତା କାରଣରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri