ନୂଆଦିଲ୍ଲୀ, ୨୨।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି।
ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ୨୯୪ ରହିଛି। ଗୋଟିଏ ଦିନ ତଳେ ଏହା ୪୦୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୬ ହଜାର ୨୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୪୦୨ ଥିଲା। ସେହିପରି ୨୪ ଘଣ୍ଟାରେ ୪୮୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୮୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୯ ହଜାର ୭୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୨ ହଜାର ୯୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି।