ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌

ଭୁବନେଶ୍ବର,୨୫।୬: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ।