
ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର ଜଳିପୋଡି ନଷ୍ଟ ହୋଇଯାଇଛି।
ଘଟଣାସ୍ଥଳରେ ସ୍ଥାନୀୟ ଯୁବକମାନଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ନିଆଁକୁ ଆୟତ୍ତ କରାଯାଇଥିଲା। ସୂଚନାଯୋଗ୍ୟ, ବିଟୁ ସାହୁଙ୍କ କୋଠାଘରର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମର ଗୋଟିଏ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚତ୍ଥିଲା।