ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ଅତି ଦରକାର ନ ଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହଛନ୍ତି, ‘ଯେଉଁମାନଙ୍କର ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି । ହସ୍ପିଟାଲରେ ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ।’