ଆଞ୍ଚଳିକ ପାସ୍‌ପୋର୍ଟ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୨ (ଅଭୟ ଦାଶ): ଓଡ଼ିଶାବାସୀଙ୍କୁ ଉତ୍ତମ ଗ୍ରାହକସେବା ଯୋଗାଇ ଦେବା ଲକ୍ଷ୍ୟରେ ଭୁବନେଶ୍ୱରର ରସୁଲଗଡ଼ସ୍ଥିତ ଓଡେଶା ବିଜ୍‌ନେସ ସେଣ୍ଟର(ଓବିସି)ଠାରେ ଆଞ୍ଚଳିକ ପାସ୍‌ପୋର୍ଟ ସେବା କେନ୍ଦ୍ର ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବରିଷ୍ଠ ଆର୍‌ପିଓ ସୁଧାଂଶୁ ଶେଖର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାରଙ୍କ ବହିର୍ବ୍ୟାପାର (ବୈଦେଶିକ ମନ୍ତ୍ରଣାଳୟ) ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱର (ଓଡ଼ିଶା), ବର୍ତ୍ତମାନ ରସୁଲଗଡ଼ସ୍ଥିତ ଓଡେଶା ବିଜ୍‌ନେସ ସେଣ୍ଟର(ଓବିସି)ଠାରେ କାର୍ଯ୍ୟକ୍ଷମ ହେଉଛି। ପୂର୍ବରୁ ଉକ୍ତ କାର୍ଯ୍ୟାଳୟ ନୟାପଲ୍ଲୀସ୍ଥିତ ୟୁନିଟ-୮ଠାରେ ଥିଲା। ଏ ସମ୍ପର୍କରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବରିଷ୍ଠ ଆର୍‌ପିଓ ସୁଧାଂଶୁ ଶେଖର ମିଶ୍ର କହିଛନ୍ତି, ଦିନକୁ ଦିନ ଲୋକ (ପାସପୋର୍ଟ ହିତାଧିକାରୀ)ଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ପୁରୁଣା ସ୍ଥାନରେ ନାନା ପ୍ରକାର ସମସ୍ୟା ଦେଖାଦେଲା। ବିଶେଷକରି କାର୍ଯ୍ୟାଳୟ ପରିସର ଛୋଟ ସହିତ ରାଜପଥଠାରୁ ବହୁ ଦୂରରେ ରହିଯାଉଥିବାରୁ ଲୋକମାନେ ମଧ୍ୟ ନାନା ସମସ୍ୟାର ସମ୍ମୁଖୀନ ହେଉଥିଲେ। ଉପରୋକ୍ତ ସମସ୍ୟାର ସାମାଧାନ ପାଇଁ ନୂତନ ପରିସର (ସ୍ଥାନ)କୁ ସ୍ଥାନାନ୍ତରଣ ହୋଇଛି। ସେହିଭଳି ଏଠାରେ ଅତ୍ୟାଧୁନିକ ସେବା ଓ ଟେକ୍ନୋଲୋଜିର ବ୍ୟବହାର କରାଯାଇଛି, ଫଳରେ ହିତାଧିକାରୀମାନେ କମ୍‌ ସମୟରେ ଅନେକ କାମ କରିପାରିବେ। ଏପରିକି ଭିଡ ନିୟନ୍ତ୍ରଣ ସାଙ୍ଗକୁ ଗୁଣାତ୍ମକ ସେବା ଯୋଗାଇ ଦିଆଯିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri