ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହେଉଥିବା ବେଳେ ଆଜିଠାରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ।

ଜାଣନ୍ତୁ କେଉଁଠି ମିଳିବ ଫର୍ମ:

ଜିଲାର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ’ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ’ ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି।

ଜାଣନ୍ତୁ ଆବେଦନ ପାଇଁ କ’ଣ ଦରକାର?

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ। ଏହା ସହ ଆଧାର କାର୍ଡ ସହିତ ନିଜର କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ହୋଇଥିବା ଜରୁରୀ। ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍‌ ହୋଇଥିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଯଦି କାହାର ଆଧାରକାର୍ଡ ନାହିଁ ତେବେ ନୂଆ ଆଧାରକାର୍ଡ କରିବାକୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୫ ବର୍ଷରେ ମୋଟ୍‌ ୫୦ ହଜାର ଟଙ୍କା ପାଇବେ। ସେପ୍ଟେମ୍ବର ୧୭ରେ ଏହି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷକୁ ଦୁଇଥର ସୁଭଦ୍ରା ଯୋଜନାର କିସ୍ତି ଟଙ୍କା ମିଳିବ। ମାର୍ଚ୍ଚ ୮ରେ ଆନ୍ତର୍ଜାତିକ ମହିଳା ଦିବସ ଓ ରାଖୀପୂର୍ଣ୍ଣିମାରେ ୫ ହଜାର ଲେଖାଏ କିସ୍ତି ଟଙ୍କା ମିଳିବ। ଚଳିତବର୍ଷ ରାଖୀ ପୂର୍ଣ୍ଣିମା ସରି ଯାଇଥିବାରୁ ସେପ୍ଟେମ୍ବର ୧୭ରେ ଯୋଜନାର ଉଦ୍‌ଘାଟନ ଦିନ ପ୍ରଥମ କିସ୍ତି ଟଙ୍କା ମିଳିବ। ରାଜ୍ୟରେ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri