ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ୱାଇ-ଫାଇ ସେବା

ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ୍‌ (ଏୟାରଟେଲ୍‌)ର ସେବା ସମ୍ପ୍ରସାରଣ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରେ ବ୍ରାଣ୍ଡ୍‌ର ହୋମ୍‌ ୱାଇ-ଫାଇ ସେବାକୁ ବିସ୍ତାର କରିଛି। ଏପରିକି ଏହି ସମ୍ପ୍ରସାରଣ ଦ୍ୱାରା ରାଜ୍ୟରେ ଅତିରିକ୍ତ ୧ନିୟୁତ ନୂଆ ପରିବାର ସାମିଲ ହୋଇପାରିବେ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି। ସେହିଭଳି ଏୟାରଟେଲ ୱାଇ-ଫାଇ ଜରିଆରେ ଗ୍ରାହକ କେବଳ ହାଇସ୍ପିଡ୍‌ ବା ଭରସାଯୋଗ୍ୟ ୱେୟାରଲେସ୍‌ ଇଣ୍ଟରନେଟ୍‌ ସେବା ନୁହେଁ ବରଂ ଅସୀମିତ ଷ୍ଟ୍ରିମିଂ, ୨୨ରୁ ଅଧିକ ଓଟିଟିଏସ୍‌ ସେବା ଏବଂ ୩୫୦ରୁ ଉର୍ଦ୍ଧ୍ୱ ଟିଭି ଚ୍ୟାନେଲ ସମେତ ଅନ୍ୟାନ୍ୟ ସୁବିଧା ମଧ୍ୟ ପାଇପାରିବେ। ଏପରିକି ଗ୍ରାହକମାନେ ଏୟାରଟେଲ ଥ୍ୟାଙ୍କସ୍‌ ଆପ୍‌ ବ୍ୟବହାର କରି ଅର୍ଡର ଦେବା କିମ୍ବା ୮୧୩୦୧୮୧୩୦୧କୁ କଲ୍‌ କରି ଏୟାରଟେଲ୍‌ ୱାଇ-ଫାଇ ବୁକ୍‌ କରିପାରିବେ।
ଏ ସମ୍ପର୍କରେ ଭାରତୀ ଏୟାରଟେଲର ଓଡ଼ିଶା ସିଓଓ ବାଲାଜୀ ଆର୍‌ ସିଂହ କହିଛନ୍ତି, ବ୍ରାଣ୍ଡ୍‌ର ୱାଇ-ଫାଇ ସେବା ବର୍ତ୍ତମାନ ଓଡ଼ିଶାର କୋଣ ଅନୁକୋଣରେ ପହଞ୍ଚତ୍ଛି। ଏପରିକି ଏୟାରଟେଲ୍‌ ୱାଇ-ଫାଇ ଜରିଆରେ ଗ୍ରାହକମାନେ ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ହାଇସ୍ପିଡ୍‌ ଓୟାରଲେସ୍‌ ୱାଇ-ଫାଇ ସେବା ସମେତ ଅନେକ ମନୋରଞ୍ଜନର ବିକଳ୍ପ ମାସକୁ ପ୍ରାୟ ୬୯୯ ଟଙ୍କାରୁ ଆରମ୍ଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri