ରିଲାଏନ୍ସ ଇଣ୍ଡଷ୍ଟ୍ରିର ନୂତନ ଅଭିଯାନ

ଭୁବନେଶ୍ୱର,୧୪।୧ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଏକ ନୂତନ ଅଭିଯାନ ‘ଗ୍ରାଜୁଏଟ୍‌ ଇଞ୍ଜିନିୟର ଟ୍ରେନି (ଜିଇଟି) ପ୍ରୋଗ୍ରାମ ୨୦୨୪’ କାର୍ଯ୍ୟକ୍ରମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପେଟ୍ରୋକେମିକାଲ୍ସଠାରୁ ଆରମ୍ଭକରି ନୂତନ ଶକ୍ତି ପର୍ଯ୍ୟନ୍ତ ସମସ୍ତ ବିଭାଗରେ କମ୍ପାନୀ ସ୍ନାତକ ଇଞ୍ଜିନିୟରମାନଙ୍କୁ ନିଯୁକ୍ତି କରିବାକୁ ଲକ୍ଷ୍ୟ ରଖିଛି। ଆର୍‌ଆଇଏଲ୍‌ର ୱେବ୍‌ସାଇଟ୍‌ରେ ଉପଲବ୍ଧ ସୂଚନା ଅନୁଯାୟୀ ଜିଇଟି ପ୍ରୋଗ୍ରାମ ୨୦୨୪ କାର୍ଯ୍ୟକ୍ରମ ନାମରେ ରିଲାଏନ୍ସ ଦେଶର ବିଭିନ୍ନ ସ୍ଥାନରୁ ଯୁବ ଇଞ୍ଜିନିୟରମାନଙ୍କ ପାଇଁ ପ୍ରବେଶ ସ୍ତରରେ ନିଯୁକ୍ତି ଅଭିଯାନ ଆରମ୍ଭ କରିଛି। ବିଶେଷକରି ଉକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି, ବ୍ୟବସାୟ କ୍ଷେତ୍ରରେ ପ୍ରମୁଖ ବୈଷୟିକ ଭୂମିକାରେ ଯୁବ ତଥା ଉଚ୍ଚ କ୍ଷମତାସମ୍ପନ୍ନ ଇଞ୍ଜିନିୟରିଂ ପ୍ରତିଭା ନିଯୁକ୍ତ କରିବା। ଚଳିତ ବର୍ଷ ଆବେଦନ ପ୍ରକ୍ରିୟା ପ୍ରଥମ ଥର ପାଇଁ ଅନ୍‌ଲାଇନ ମାଧ୍ୟମରେ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମର ପଞ୍ଜୀକରଣ ଅବଧି ୨୦୨୪ ଜାନୁଆରୀ ୧୯ରେ ଶେଷ ହେଉଛି। ଏହା ଅଧୀନରେ କମ୍ପାନୀ ପକ୍ଷରୁ ଏଆଇସିଟିଇ ସ୍ବୀକୃତିପ୍ରାପ୍ତ ପ୍ରତିଷ୍ଠାନଗୁଡିକର କେମିକାଲ (ରସାୟନ), ଇଲେକ୍ଟ୍ରିକାଲ, ମେକାନିକାଲ (ଯାନ୍ତ୍ରିକ) ଓ ଇନ୍‌ଷ୍ଟ୍ରୁମେଶନ ଇଞ୍ଜିନିୟରିଂ ଭଳି ବିଭିନ୍ନ ବିଭାଗର ୨୦୨୪ ବ୍ୟାଚ୍‌ ବି.ଟେକ୍‌ ଏବଂ ବିଇ ସ୍ନାତକମାନଙ୍କଠାରୁ ଅନ୍‌ଲାଇନ ଆବେଦନ ଆହ୍ବାନ କରାଯାଇଛି। ଏପରିକି ମନୋନୀତ ଛାତ୍ରୀଛାତ୍ରମାନେ ୨୦୨୪ ଫେବୃଆରୀ ୫ରୁ ୮ ମଧ୍ୟରେ ଅନ୍‌ଲାଇନ ମୂଲ୍ୟାଙ୍କନ (ଜ୍ଞାନଗତ ପରୀକ୍ଷା ଏବଂ ବିଷୟବସ୍ତୁ)ରେ ସାମିଲ ହେବେ। ଏଥିରେ ସଫଳ ହୋଇଥିବା ଛାତ୍ରୀଛାତ୍ରମାନଙ୍କର ସାକ୍ଷାତ୍‌କାର ୨୦୨୪ ଫେବୃଆରୀ ୨୩ରୁ ମାର୍ଚ୍ଚ ୧ ମଧ୍ୟରେ ନିଆଯିବାକୁ ଥିବାବେଳେ ଚଳିତ ବର୍ଷ ମାର୍ଚ୍ଚ ଶେଷରେ ଚୟନ ପ୍ରକ୍ରିୟା ଶେଷ ହେବ ବୋଲି ରିଲାଏନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri