ଭୁବନେଶ୍ୱର,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ର ପରବର୍ତ୍ତି ସ୍ଥିତି ଏବଂ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରେ ଆକାଶମାର୍ଗରୁ ବତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ୫୦୦ କୋଟି ଟଙ୍କା ସହାୟତା ଯୋଗାଇଦେବାକୁ ଘୋଷଣା କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ସହାୟତା ରାଶି ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ସହାୟକ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି।