ମଣିଷ ଚିହ୍ନିବାରେ ଭୁଲ ଯୋଗୁ ପଶ୍ଚାତାପ କରୁଛନ୍ତି କି? ମନେ ରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା।
ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ ଭୁଲ ହୋଇଯାଇଥାଏ। ଏପରି ନ ହେବା ଲାଗି ଚାଣକ୍ୟ ନୀତିର ପଞ୍ଚମ ଅଧ୍ୟାୟର ଦ୍ୱିତୀୟ ଶ୍ଳୋକରେ କହିଛନ୍ତି:

ଘୋରିବା, କାଟିବା , ନିଆଁରେ ତତାଇବା ଏବଂ ପିଟିବା। ଏହି ଚାରି ଜିନିଷ ବ୍ୟବହାର କରି ସୁନାର ଶୁଦ୍ଧତା ପରୀକ୍ଷା କରାଯାଇଥାଏ। ଠିକ୍‌ ସେଭଳି ବ୍ୟକ୍ତିର ପରିଚୟ ତାର ଆଚରଣ, ଗୁଣ, ତ୍ୟାଗ ଏବଂ କର୍ମ ଭାବନା ଆଦିକୁ ନେଇ ହୋଇଥାଏ।

-ଚାଣକ୍ୟ କୁହନ୍ତି ଭଲ ଏବଂ ସଚ୍ଚୋଟ ବ୍ୟକ୍ତିମାନଙ୍କ ମନରେ ତ୍ୟାଗର ଭାବନା ଥାଏ। ଯିଏ ଅନ୍ୟର ସୁଖ ପାଇଁ କିଛି କରିପାରେନାହିଁ, ସେ ଭଲ ମଣିଷ ନୁହନ୍ତି। ଅନ୍ୟର ଖୁସି ପାଇଁ ନିଜର ଖୁସି ତ୍ୟାଗ କରୁଥିବା ବ୍ୟକ୍ତିକୁ ଭଲ ମଶିଷ ଭାବରେ ଗଣାଯାଏ।

-ବ୍ୟକ୍ତିକୁ ପରଖିବାର ପ୍ରମୁଖ ଗୁଣ ହେଉଛି ଚରିତ୍ର। ଯେଉଁମାନେ କୁକର୍ମ କରନ୍ତି ନାହିଁ ଏବଂ ଅନ୍ୟମାନଙ୍କ ପାଇଁ ନିଜ ମନରେ ଭୁଲ ଭାବନା ରଖନ୍ତି ନାହିଁ ସେମାନେ ଶ୍ରେଷ୍ଠ।

– ଯଦି କୌଣସି ବ୍ୟକ୍ତିର ସ୍ବଭାବ କିଭଳି ଜାଣିବାକୁ ଚାହାନ୍ତି ତେବେ ତା ମଧ୍ୟରେ କି-କି ଗୁଣ ରହିଛି ତାହା ଦେଖିବା ଜରୁରୀ । ଯଦି ବ୍ୟକ୍ତି ବେଶି ରାଗୁଥାଏ, କଥା କଥାରେ ମିଛ କହୁଥାଏ, ଅହଙ୍କାର ଭର୍ତ୍ତି ଥାଏ ଏବଂ ଅନ୍ୟର ଅପମାନ କରେ, ତେବେ ଏଭଳି ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।

– ବ୍ୟକ୍ତି କେଉଁ ପରିବାରରେ ଜନ୍ମ ନେଇଛି, ବ୍ୟକ୍ତିର କର୍ମ କିଭଳି ତାହା ଜାଣିବା ଆବଶ୍ୟକ । କାରଣ ଏହି ଜିନିଷ ଆଧାରରେ ଜଣେ ବ୍ୟକ୍ତିଙ୍କୁ ପରଖା ଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image