ନଗର ଉନ୍ନୟନ ବିଭାଗରୁ ମାଥିଭାଥାନନ, କ୍ରୀଡ଼ା ବିଭାଗରୁ ଭିନିଲକ୍ରିଷ୍ଣାଙ୍କୁ ହଟାଇଲେ

ଭୁବନେଶ୍ୱର,୧୧ା୭ (ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଫେରିଥିବା ଭାଜପା ସରକାର ଆଇଏଏସ୍‌ ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଇଏଏସ୍‌ ଅଫିସର ଜି.ମାଥିଭାଥାନନ୍‌, ବିଶାଳ ଦେବ ଓ ଆର୍‌.ଭିନିଲକ୍ରିଷ୍ଣାଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ସୁରେନ୍ଦ୍ର କୁମାର, ହେମନ୍ତ ଶର୍ମା ଓ ଉଷା ପାଢ଼ୀ ନିଜର ସ୍ଥିତି ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ନିକୁଞ୍ଜ ବିହାରୀ ଧଳଙ୍କୁ ଇଡ୍‌କୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ସଚିବ ହେମନ୍ତ ଶର୍ମା ଏବେ ଇଡ୍‌କୋ ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ସୁରେନ୍ଦ୍ର କୁମାର ଏବେ ସାଧାରଣ ପ୍ରଶାସନ ବିଭାଗ ଓ ପର୍ଯ୍ୟଟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ସେ ୨୦୨୧ ଜୁଲାଇରୁ ଏହି ଦୁଇଟି ବିଭାଗ ଦାୟିତ୍ୱରେ ଅଛନ୍ତି। ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଜି.ମାଥିଭାଥାନନଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ ବଦଳି କରାଯାଇଛି। ମାଥିଭାଥାନନ୍‌ ପ୍ରାୟ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେ ସଂସଦୀୟ ବ୍ୟାପାର ବିଭାଗର ସଚିବ ମଧ୍ୟ ଥିଲେ। ଉନ୍ନୟନ କମିଶନର ଅନୁ ଗର୍ଗ ଏବେ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରୁଛନ୍ତି। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହିତ ସେ ଇପିକଲ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶାଶ୍ୱତ ମିଶ୍ର ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏଥିସହିତ ସେ ମଧ୍ୟ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ବିଶାଳଦେବ ଶକ୍ତି ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଉଷା ପାଢ଼ୀଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେ ପୂର୍ବଭଳି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଶାଳ କୁମାର ଦେବଙ୍କୁ ଅର୍ଥ ଓ ଶକ୍ତି ବିଭାଗରୁ ହଟାଇ ଦିଆଯାଇଛି। ତାଙ୍କୁ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଓଡ଼ିଶା ବନ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିବେ। ୧୯୯୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଭାସ୍କରଜ୍ୟୋତି ଶର୍ମାଙ୍କୁ ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ଏବେ ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ୨୦୦୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ଆର୍‌. ଭିନିଲକ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗରୁ ହଟାଇ ଦେଇ ଓଡ଼ିଶା ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି। ଉକ୍ତ ପଦବୀକୁ ରାଜ୍ୟ ସରକାର ଓଡ଼ିଶା ଆଇଏଏସ୍‌ କ୍ୟାଡରରେ ସଚିବ ପାହ୍ୟାର ସୁବିଧା ସୁଯୋଗ ଦେବାକୁ ଘୋଷଣା କରିଛନ୍ତି। ଭିନିଲ୍‌ ଏବେ କେବଳ ଓଡ଼ିଶା ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri