ଖବର ପ୍ରକାଶ ପରେ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ, ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ଆରମ୍ଭ 

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଐତିହ୍ୟ ମେଘନାଦ ପାଚେରିରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅଣ୍ଟା ଭିଡ଼ିଛି। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇ ସହ ସହଯୋଗ ରକ୍ଷାକରି ଶ୍ରୀମନ୍ଦିର ପ୍ରଶାସନର ୱାର୍କସ୍‌ ଡିପାର୍ଟମେଣ୍ଟ ତରଫରୁ ପ୍ରାରମ୍ଭିକ ପର୍ଯ୍ୟାୟରେ କାମ ଆରମ୍ଭ ହୋଇଛି। ବର୍ତ୍ତମାନ ମେଘନାଦ ପାଚେରି ବିପଦରେ ରହିଥିବା କହିଲେ ଅତ୍ୟୁକ୍ତି ହେବନାହିଁ। ଅନେକ ବର୍ଷ ହେବ ପାଚେରିରେ ଫାଟ ସୃଷ୍ଟିହୋଇ ପାଣି ଗଳି ଶିଉଳି ସୃଷ୍ଟି ହୋଇଥିଲା।
ଏ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ଜାଣି ମଧ୍ୟ କାର୍ଯ୍ୟ ନ କରି ଅଣଦେଖା କରିଆସୁଥିଲା, ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଦେଢ଼ବର୍ଷ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍‌ଆଇ ପକ୍ଷରୁ ଆନନ୍ଦବଜାର ଡ୍ରେନେଜ୍‌ରେ ସୁଧାର ପାଇଁ ଅବଗତ କରାଯାଇଥିଲେ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇ ନ ଥିଲା। ମଝିରେ ମଝିରେ ଡ୍ରେନ୍‌ ସଫା କରାଯାଇ କାର୍ଯ୍ୟ ଶେଷ କରୁଥିଲେ ମଧ୍ୟ ସ୍ଥାୟୀ ମରାମତି କରାଯାଉ ନ ଥିଲା। ଫଳରେ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ପାଚେରିର ଅନେକ ସ୍ଥାନରେ ଛୋଟ ଛୋଟ ଗର୍ତ୍ତ ସୃଷ୍ଟି ହୋଇ ପାଣି ଗଳୁଥିଲା। ଏନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର କାନ୍ଥରୁ ଶିଉଳି ଛଡ଼ାଯାଇଥିଲା। ସୋମବାର ପ୍ରାରମ୍ଭିକ ପର୍ଯ୍ୟାୟରେ ଏଏସ୍‌ଆଇ ସହ ସହଯୋଗ ରକ୍ଷାକରି ଶ୍ରୀମନ୍ଦିର ପ୍ରଶାସନର ୱାର୍କ୍ସ ଡିପାର୍ଟମେଣ୍ଟ ବାଉଁଶଭାରା ବାନ୍ଧି କାର୍ଯ୍ୟ ଆରମ୍ଭ କରିଛି। ପ୍ରାରମ୍ଭିକ ପ୍ରକ୍ରିୟା ଅନୁଯାୟୀ ଜଏଣ୍ଟ ସିଲିଂ କାମ କରାଯାଉଛି। ଆନନ୍ଦବଜାର ଡ୍ରେନେଜ୍‌କୁ ମଧ୍ୟ ପ୍ରଥମ ପର୍ଯ୍ୟାୟରେ ସଫା କରାଯିବ। ଅତୀତର ଭୁଲ୍‌ ଯୋଗୁ ଏଭଳି ଘଟିଥିବା ଆଇନ ମନ୍ତ୍ରୀ କହିଥିବା ବେଳେ ପରିକ୍ରମା ପ୍ରକଳ୍ପ ପାଇଁ ଉଚ୍ଛେଦ ଓ ଖନନ ସମୟରେ ବ୍ୟବହୃତ ମେଶିନ ପ୍ରଭାବରୁ ମେଘନାଦ ପାଚେରି ଉପରେ ପ୍ରଭାବ ପଡ଼ିଛି ବୋଲି ବୁଦ୍ଧିଜୀବୀ, ସେବାୟତ ଓ ସାଧାରଣ ଲୋକେ ଅଭିଯୋଗ କରିଛନ୍ତି।
ଏନେଇ ଏଏସ୍‌ଆଇ ଆସିଷ୍ଟାଣ୍ଟ କଞ୍ଜରଭେଟର ଜ୍ୟୋତିରଞ୍ଜନ ପ୍ରଧାନ କହିଛନ୍ତି, ଆନନ୍ଦବଜାରରେ ଥିବା ଡ୍ରେନ୍‌ରେ କୌଣସି କାରଣରୁ ଫାଟ ହୋଇଯାଇଥିବାରୁ  ପାଣି ସୋକ୍‌ କରି ପୋଚେରି ଦେଇ ବାହାରୁଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ  ଅଗଷ୍ଟରେ ଚିଠି ମାଧ୍ୟମରେ ସୂଚନା ଦିଆଯାଇଥିଲା। ଡ୍ରେନ୍‌ କାର୍ଯ୍ୟ କରାଯିବା ନେଇ ମଧ୍ୟ ଉଲ୍ଲେଖ କରାଯାଇଥିଲା। ବର୍ତ୍ତମାନ ଶ୍ରୀମନ୍ଦିର ପ୍ରଶାସନର ୱାର୍କ୍ସ ଡିପାର୍ଟମେଣ୍ଟ ସହ ସହଯୋଗ ରଖାଯାଇ ପାଚେରି ସଫା କରାଯାଉଛି। ଆନନ୍ଦବଜାରରେ ଡ୍ରେନେଜ୍‌ ସିଷ୍ଟମରେ ସୁଧାର ଆଣିବାର ଆବଶ୍ୟକତା ରହିଛି। ଆନନ୍ଦବଜାରରେ ଗହଳିହେଲେ ପାଣି ବ୍ୟବହାର ବଢ଼ିବା ସହ ନିଷ୍କାସନ ଠିକ୍‌ ଭାବରେ ହୋଇପାରୁ ନ ଥିବାରୁ ଏହା କାନ୍ଥରେ ସୋକ୍‌ କରୁଛି। ଡ୍ରେନ୍‌ କାର୍ଯ୍ୟ ହୋଇଗଲେ ପାଣି ଗଳିବା ସମସ୍ୟା ହେବନାହିଁ ବୋଲି କହିଛନ୍ତି। ଅପରପକ୍ଷରେ ଅତୀତରେ ହୋଇଥିବା ଡ୍ରେନ୍‌କୁ ପରିବର୍ତ୍ତନ କରି ପିଭିସି କିମ୍ବା କଂକ୍ରିଟ୍‌ର ଡ୍ରେନେଜ୍‌ ସିଷ୍ଟମ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ରାଜ୍ୟରେ ଆରମ୍ଭ ହୋଇଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ଓଡିଶା ସରକାର...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image