ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି।

ଗୁରୁବାର ପୂର୍ବାହ୍ନ ୧୧ଟାରେ କାଉନସେଲିଂ ପାଇଁ ଥାନାରେ ଉଭୟ ପକ୍ଷ ପହଞ୍ଚିବାକୁ ସମନ କରାଯାଇଛି। ଏହି ସମୟରେ ମହିଳା ଥାନା ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। କାଉନସେଲର ଉଭୟ ପକ୍ଷଙ୍କ ଅଭିଯୋଗ ଶୁଣିବା ସହ ଏହାର ସତ୍ୟତା ପରଖିବେ। ଏହି ମାମଲାରେ ହ୍ୟୁମାନଙ୍କ ପ୍ରତିକ୍ରିୟା ମଧ୍ୟ ନିଆଯିବ। ଏହାପରେ ବିବାଦର ସମାଧାନ ନ ହେଲେ ପରବର୍ତ୍ତୀ ଏକ ତାରିଖରେ ପୁଣି ଥରେ କାଉନସେଲିଂ କରାଯିବ।

ହ୍ୟୁମାନଙ୍କ ନାଁରେ ହୋଇଥିବା ଅଭିଯୋଗ ପ୍ରସଙ୍ଗରେ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୋଗପତ୍ର ମହିଳା ଥାନାକୁ ପଠାଯାଇଛି । ମଙ୍ଗଳବାର ତାଙ୍କ ପତ୍ନୀ ପାରିବାରିକ ହିଂସା ଓ ଦାମ୍ପତ୍ୟ କଳହ ସଂପର୍କରେ ଥାନାରେ ଅଭିଯୋଗ କରିଥିଲେ। ନିୟମାନୁସାରେ ପ୍ରଥମେ ଉଭୟଙ୍କୁ ଥାନାକୁ ଡାକି ବୁଝାସୁଝା କରାଯିବ। ଏହାପରେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri