ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ, ତିନି ମାସରେ ସରିବ କାମ

ପୁରୀ,୧୦।୧୨: ଆସନ୍ତା ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର ଫିଟା ନୀତି ରାତି ୨ଟାରୁ ଆରମ୍ଭ ହେବ ବୋଲି କୁହାଯାଇଛି।

ତେବେ ଶନିବାର, ରବିବାର ଓ ବିଶେଷ ଦିନ ମାନଙ୍କରେ ମରାମତି ନ କରିବାକୁ କୁହାଯାଇଛି। ମରାମତି ଦିନ ମାନଙ୍କରେ ବାହାର କାଠ ନିକଟରୁ ଦର୍ଶନ କରିପାରିବେ ଭକ୍ତ। ମରାମତି କାର୍ଯ୍ୟ ସମୟରେ ରାତି ୧୧ଟା ୩୦ ସୁଦ୍ଧା ପହୁଡ଼ କରାଯାଇ ରାତି ୨ଟାରେ ଦ୍ବାରଫିଟା ନୀତି ହେବ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ମରାମତି କାମ ୩ ମାସ ମଧ୍ୟରେ ସାରିବାକୁ କହିଛି ଏଏସ୍‌ଆଇ। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ମାର୍ଗ ଦର୍ଶିକା ଅନୁସାରେ ମରାମତି କାମ କରାଯିବ। ମରାମତି କାମ ସରିବା ପରେ ଅସ୍ଥାୟୀ ରତ୍ନ ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରଣ କରାଯିବ ଏବଂ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତରଣ ପରେ ହେବ ଗଣତି, ମଣତି କାମ।

ଗତ ଜୁଲାଇରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଖୋଲାଯାଇଥିଲା । ସମସ୍ତ ଅଳଙ୍କାର ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri