୨୩ରେ ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ଏବଂ ବୁଥ୍‌ ଜବରଦଖଲ ଏକ ସାଧାରଣ କଥାରେ ପରିଣତ ହୋଇଗଲାଣି। ନିଜ ସପକ୍ଷରେ ମତଦାନ ନ ଗଲେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରେ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଏପରି କି ନିର୍ବାଚନ ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀ ମଧ୍ୟ ବାଦ୍‌ ପଡୁନାହାନ୍ତି। ଗତ ଦୁଇଟି ପର୍ଯ୍ୟାୟରେ ହୋଇଥିବା ନିର୍ବାଚନରୁ ଏଭଳି ଚିତ୍ର ଆସିଛି। ଚଳିତ ପଞ୍ଚାୟତ ନିର୍ବାଚନ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ଇତିମଧ୍ୟରେ ୨ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଏହି ଦୁଇ ପର୍ଯ୍ୟାୟରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଏବଂ ହିଂସାକାଣ୍ଡ ଯୋଗୁ ୪୫ଟି ବୁଥ୍‌ରେ ପୁଣିଥରେ ଭୋଟଗ୍ରହଣ କରାଯିବ। ଆସନ୍ତା ୨୩ ତାରିଖରେ ଉକ୍ତ ବୁଥ୍‌ଗୁଡ଼ିକରେ ମତଦାନ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବୁଥ୍‌ ରିଗିଂ, ବାଲଟ ପେପର ନେଇଯିବା, ଭୋଟ ବାକ୍ସକୁ ପୋଖରୀକୁ ଫିଙ୍ଗିବା, ବୁଥ୍‌ ଜବରଦଖଲ, ଗାଡ଼ି ଭଙ୍ଗାରୁଜା, ମାରପିଟ ଭଳି ଘଟଣା ଘଟିଥିବା ବୁଥ୍‌ଗୁଡ଼ିକରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ପୁନଃ ମତଦାନ ହେବ। ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟଗ୍ରହଣ କରାଯିବ। ବିଭିନ୍ନ କାରଣରୁ ପ୍ରଥମ ପର୍ଯ୍ୟାୟରେ ବାତିଲ ହୋଇଥିବା ଭଦ୍ରକ ଜିଲାର ଭଦ୍ରକ ବ୍ଲକର ୪, ବନ୍ତ ବ୍ଲକର ଗୋଟିଏ, ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ୪, ଯାଜପୁର ଜିଲା ଯାଜପୁର ବ୍ଲକର ୯, ଧର୍ମଶାଳା ବ୍ଲକର ୨, ପୁରୀ ଜିଲା ବ୍ରହ୍ମଗିରି ବ୍ଲକର ଗୋଟିଏ, କୃଷ୍ଣପ୍ରସାଦ ବ୍ଲକର ଗୋଟିଏ, କଣାସ ବ୍ଲକର ୩ଟି ମତଦାନ କେନ୍ଦ୍ରରେ ଭୋଟଗ୍ରହଣ କରାଯିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଗଣ୍ଡଗୋଳ ଯୋଗୁ ବାତିଲ ହୋଇଥିବା ୨୦ଟି ବୁଥ୍‌ରେ ସାନି ମତଦାନ ହେବ।

ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକ୍‌ର ଗୋଟିଏ, ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ଗୋଟିଏ, ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ଗୋଟିଏ, ଜଗତ୍‌ସିଂହପୁର ଜିଲା ଜଗତ୍‌ସିଂହପୁର ବ୍ଲକର ୩ଟି ଏବଂ ଯାଜପୁର ଜିଲାର ଦଶରଥପୁର ବ୍ଲକର ୧୦, କେନ୍ଦୁଝର ଜିଲା ତେଲକୋଇ ବ୍ଲକର ଗୋଟିଏ ଏବଂ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକର ଗୋଟିଏ, ଶୁଳିଆପଦା ବ୍ଲକର ଦୁଇଟି ସ୍ଥାନରେ ପୁନଃ ମତଦାନ କରାଯିବାକୁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image