Categories: ରାଜ୍ୟ

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରେ ନରଖିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ପାତ୍ର ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି । ସେହିଭଳି ଏହାର ସୁଯୋଗ ନେଇ ବ୍ୟବସାୟୀ ମାନେ ମୂଲ୍ୟବୃଦ୍ଧି ନକରିବା ପାଇଁ ମଧ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି । ଆଜି ଯୋଗାଣ ବିଭାଗ ପକ୍ଷରୁ ଏକ ନଂ ଓ ଚାରି ନଂ ମାର୍କେଟ, ଇନ୍ଦ୍ରଧନୁ ମାର୍କେଟ, ଡମଣା, ବଡଗଡ଼, ସହିଦ ନଗର ଆଦି ଅଞ୍ଚଳରେ ଚଢ଼ାଉ କରାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନଂ ଯାରି କରାଯାଇଛି । ଏହି ନମ୍ବରଟି ହେଉଛି -୦୬୭୪-୨୩୯୬୨୨୭ । ସେହିଭଳି ନା୍ଫେଡ ପକ୍ଷରୁ ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସୁଲଭ ମୂଲ୍ୟରେ ପିଆଜ ବିକ୍ରୟ କରାଯଇଛି ।

 

Share