Advertisement

ବୌଦ୍ଧରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବୌଦ୍ଧ,୨୬।୧(ସ୍ବ.ପ୍ର.): ବୌଦ୍ଧରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କଚେରୀ ଖେଳପଡିଆଠାରେ ନିରାଡମ୍ବର ଭାବରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟଅତିଥି ଶ୍ରୀମିଶ୍ର ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ କହିଥିଲେ ଯେ, ବର୍ତ୍ତମାନ ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ବେଳେ ଯେଉଁ ମାନେ କରୋନାରେ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି, ସେହି କୋଭିଡ୍‌ ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରପୁରୁଷ ମାନଙ୍କୁ ମନେ ପକାଇଥିଲେ । ସମ୍ମାନିତ ଅତିଥି ଭାବରେ ଏସପି ଜ୍ଞାନରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share