ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼,୨୦ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର ବରଗଡ଼ ଟାଉନ ଥାନା ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବରଗଡ଼ ଜିଲା ବିଜେପୁର ଥାନା ପୁଟକା ଗ୍ରାମର ସର୍ଜନ ଡନସନା (୩୬), ପ୍ରହଲ୍ଲାଦ ଦାଶ(୩୩) ଏବଂ ଜଗଦଲପୁର ଥାନା ଧୁମାଭଟା ଗ୍ରାମର ଜୟକୃଷ୍ଣ ଡନସନା(୪୦)। ତେବେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ପାରି ନ ଥିବା ଚର୍ଚ୍ଚା ଚାଲିଛି। ଘଟଣାର ଅଧିକ ତଦନ୍ତ ଚାଲିଛି ଏବଂ ଏହି ମାମଲାରେ ଅନ୍ୟ ଯେଉଁମାନଙ୍କ ସମ୍ପୃକ୍ତି ରହିଛି, ସେମାନଙ୍କୁ ଧରିବା ପାଇଁ ପୋଲିସର ଉଦ୍ୟମ ଜାରି ରହିଛି ବୋଲି ବରଗଡ଼ ଟାଉନ ଥାନା ଆଇଆଇସି ସତ୍ୟଜିତ୍‌ କଣ୍ଡାନକେଲ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ବରଗଡ଼ ସଚେତନ ନାଗରିକ ମଞ୍ଚ ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବରଗଡ଼ ବନ୍ଦ ଡାକରା ଦେଇଛି।
ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍‌ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡ଼ିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image