ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶରର ବାହାନଗାରେ ଶୁକ୍ରବାର ସାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣାରେ ମୃତକ ସଂଖ୍ୟା ୨୮୮କୁ ବୃଦ୍ଧି ଘଟିଛି। ମୋଟ ୮୦୩ ଆହତଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ୭୪୭ ସାମାନ୍ୟ ଆହତ ହୋଇଥିବା ବେଳେ ୫୬ ଜଣ ଗୁରୁତର ଅଛନ୍ତି। ମୃତାହତକୁ ନେଇ ଦକ୍ଷିଣ ପୂର୍ବ ରେଲଓ୍ବେ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ୧୬୦ ମୃତଦେହ ଭୁବନେଶର ଆସିବ ବୋଲି ମୁଖ୍ୟ ସଚିବ ପ୍ରଦୀପ ଜେନା କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯିବା ପରେ ୨ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ତଦାରଖ ଦାୟିତ୍ୱରେ ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ସରିଥିବା ବେଳେ ମରାମତି କାମ ଜାରି ରହିଛି।