ଭୁବନେଶ୍ୱର,୨୮।୧୨(ବୁରୋ)-ସରକାରୀ ସ୍କୁଲରେ ଏଣିକି ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ସୋମବାର ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏ ନେଇ ରାଜ୍ୟ କ୍ୟାବିନେଟରେ ସଂରକ୍ଷଣ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ଶିକ୍ଷାବର୍ଷରୁ ବ୍ୟବସ୍ଥା ଲାଗୁ କରାଯିବା ନେଇ ସଂକଳ୍ପ ଆଗତ। ସଂକଳ୍ପକୁ ଚୂଡ଼ାନ୍ତ ରୂପ ଦେବାକୁ ହେବ ଉଚ୍ଚ କ୍ଷମତା ସଂପନ୍ନ କମିଟି ଗଠନ କରାଯିବ। ଏହି କମିଟିରେ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ରହିବେ। ସେହିପରି କମିଟିରେ ବିଶିଷ୍ଟ ଶିକ୍ଷାବିତ୍ ଓ ବିଶିଷ୍ଟ ବ୍ୟକ୍ତି ସଦସ୍ୟ ରହିବେ। ଏହି କମିଟି ୩ ମାସ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। କମିଟି ସୁପାରିସକୁ ଆଗାମୀ ଶିକ୍ଷାବର୍ଷରୁ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି।