ଭୁବନେଶ୍ୱର,୩।୪(ବ୍ୟୁରୋ): ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ଦିଆଯାଇଛି । ଏଥିସହ ସେ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ।
ଏହାଛଡ଼ା ପବ୍ଲିକ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିକୁଞ୍ଜ କିଶୋର ସୁନ୍ଦରରାୟଙ୍କୁ ଦାୟିତ୍ୱ ମିଳିଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ଶୁଭମ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଳାଇବେ ବୋଲି ଜଣାପଡ଼ିଛି।